ଆଜିର ଖାସ ଖବର
Tue. May 26th, 2026

ଦେବ ଆସେଲରେଟର ଲିମିଟେଡର ଆଇପିଓ ୨୦୨୫ ସେପ୍ଟେମ୍ବର ୧୦ରେ ଖୋଲିବ

By Admin_Dainkasha Sep8,2025

ଭୁବନେଶ୍ୱର: ଦେବ ଆସେଲରେଟର ଲିମିଟେଡର ଇକ୍ୱିଟି ସେୟାରର ଇନିସିଆଲ ପବ୍ଲିକ୍ ଅଫରିଂ ୨୦୨୫ ସେପ୍ଟେମ୍ବର ୧୦ରେ ବୁଧବାର ଦିନ ଖୋଲିବ । ଆଙ୍କର ନିବେଶକମାନେ ଗୋଟିଏ କାର୍ଯ୍ୟଦିବସ ପୂର୍ବରୁ ୨୦୨୫ ସେପ୍ଟେମ୍ବର ୯, ମଙ୍ଗଳବାରରେ ବିଡ୍ ଦାଖଲ କରିପାରିବେ । ୨୦୨୫ ସେପ୍ଟେମ୍ବର ୧୨ ଶୁକ୍ରବାର ଦିନ ବିଡ୍ ଦାଖଲ ଶେଷ ହେବ।
ନିବେଶକମାନେ ସର୍ବନିମ୍ନ ୨୩୫ଟି ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରିପାରିବେ ଏବଂ ସେଥିରେ ୨୩୫ଟି ଲେଖାଏଁ ଇକ୍ୱିଟି ସେୟାର ଯୋଡ଼ିପାରିବେ । ଏହି ଅଫରରେ ସେପ୍ଟେମ୍ବର ଇକ୍ୱିଟି ସେୟାର ପିଛା ଦାମ୍ ୫୬ ଟଙ୍କାରୁ ୬୧ ଟଙ୍କା ମଧ୍ୟରେ ରହିଛି ।
ମୋଟ ଇସ୍ୟୁର ଆକାର ୧୪୩.୩୫ କୋଟି ଟଙ୍କାର ଇକ୍ୱିଟି ସେୟାର ଆକଳନ କରାଯାଇଛି। ଏହି ଇସ୍ୟୁରୁ ଯେଉଁ ପାଣ୍ଠି ସଂଗୃହୀତ ହେବ, ସେଥିରୁ ୭୩ କୋଟି ଟଙ୍କାକୁ ପ୍ରସ୍ତାବିତ କେନ୍ଦ୍ରଗୁଡ଼ିକର ପୁଞ୍ଜି ବ୍ୟୟ ଆକାରରେ, ୩୫ କୋଟି ଟଙ୍କାକୁ କମ୍ପାନି ହାସଲ କରିଥିବା ବିଭିନ୍ନ ଋଣକୁ ସମ୍ପୂର୍ଣ୍ଣ କିମ୍ବା ଆଂଶିକ ପରିଶୋଧ କରିବା ଏବଂ ଅବଶିଷ୍ଟ ରାଶିକୁ ସାଧାରଣ କର୍ପୋରେଟ୍ କାର୍ଯ୍ୟରେ ବ୍ୟବହାର କରିବା ଲାଗି କମ୍ପାନି ପ୍ରସ୍ତାବ ଦେଇଛି।
କମ୍ପାନିର ଇକ୍ୱିଟି ସେୟାରଗୁଡ଼ିକୁ ବିଏସ୍‌ଇ ଲିମିଟେଡ୍ ଓ ଏନଏସଇରେ ତାଲିକାଭୁକ୍ତ କରାଯିବ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଅଫରର ୭୫ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ଙ୍କ ପାଇଁ ରଖାଯିବ । ବୁକ ରନିଂ ଲିଡ ମ୍ୟାନେଜରଙ୍କ ସହ ଆଲୋଚନା କରି କ୍ୟୁଆଇବି ଭାଗର ୬୦ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଆଙ୍କର ନିବେଶକଙ୍କ ପାଇଁ ଆବଂଟନ କରାଯିବ । ସେଥିରୁ ଏକ ତୃତୀୟାଂଶ ସେୟାରକୁ ଘରୋଇ ମ୍ୟୁଚୁଆଲ ଫଣ୍ଡମାନଙ୍କକୁ ଆବଂଟନ କରାଯିବ।
ନିଟ କ୍ୟୁଆଇବି ଭାଗର ୫ ପ୍ରତିଶତ ସେୟାରକୁ ସମାନୁପାତିକ ଭିତିରେକେବଳ ମ୍ୟୁଚୁଆଲ ଫଣ୍ଡକୁ ପ୍ରଦାନ କରାଯିବ ଏବଂ ଅବଶିଷ୍ଟ ରାଶିକୁ ସମାନୁପାତିକ ଭିତିରେ ସମସ୍ତ କ୍ୟୁଆଇବିଙ୍କୁ ଆବଂଟନ କରାଯିବ । ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ଅଫରର ୧୫ ପ୍ରତିଶତ ସେୟାର ରଖାଯିବ । ବିଭିନ୍ନ ଆକାରର ଆପ୍ଲିକେସନ ଆଧାରରେ ଏହି ସେୟାର ଆବଂଟନ କରାଯିବ। ଅଫରର ୧୦ ପ୍ରତିଶତ ସେୟାରକୁ ଖୁଚୁରା ବ୍ୟକ୍ତିଗତ ନିବେଶକମାନଙ୍କ ଲାଗି ରଖାଯିବ।
ଏହି ଅଫରର ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛି ପାଂଟୋମାଥ୍ କ୍ୟାପିଟାଲ୍ ଆଡଭାଇଜର୍ସ ଲିମିଟେଡ୍‌।

Related Post