ଆଜିର ଖାସ ଖବର
Thu. Apr 16th, 2026

ଗ୍ଲୋଟିସ୍ ଲିମିଟେଡର ଇନିସିଆଲ ପବ୍ଲିକ୍ ଅଫରିଂ ସେପ୍ଟେମ୍ବର ୨୯ରେ ଖୋଲିବ

By Admin_Dainkasha Sep29,2025

ଭୁବନେଶ୍ୱର: ଗ୍ଲୋଟିସ୍ ଲିମିଟେଡର ଇକ୍ୱିଟି ସେୟାରର ଇନିସିଆଲ ପବ୍ଲିକ୍ ଅଫରିଂ ୨୦୨୫ ସେପ୍େଟମ୍ବର ୨୯ ସୋମବାର ଦିନ ଖୋଲିବ। ଆଙ୍କର ନିବେଶକମାନେ ଗୋଟିଏ କାର୍ଯ୍ୟଦିବସ ପୂର୍ବରୁ ୨୦୨୫ ସେପ୍େଟମ୍ବର ୨୬ ଶୁକ୍ରବାର ବିଡ୍ ଦାଖଲ କରିପାରିବେ। ୨୦୨୫ ଅକ୍ଟୋବର ୧ ବୁଧବାର ଦିନ ବିଡ୍ ଦାଖଲ ଶେଷ ହେବ ।
ଏହି ଅଫରରେ ଇକ୍ୱିଟି ସେୟାର ପିଛା ଦାମ୍ ୧୨୦ ଟଙ୍କାରୁ ୧୨୯ ଟଙ୍କା ମଧ୍ୟରେ ରହିଛି। ନିବେଶକମାନେ ସର୍ବନିମ୍ନ ୧୧୪ ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରିପାରିବେ ଏବଂ ସେଥିରେ ୧୧୪ଟି ଲେଖାଏଁ ଇକ୍ୱିଟି ସେୟାର ଯୋଡ଼ିପାରିବେ।
ଏହି ଅଫରରେ ୧୬୦ କୋଟି ଟଙ୍କାର ନୂଆ ଇକ୍ୱିଟି ସେୟାର ଜାରି କରାଯିବ ଏବଂ ଅଫର ଫର୍ ସେଲ୍‌ରେ ନିବେଶକମାନେ ୧,୧୩,୯୫,୬୪୦ ଇକ୍ୱିଟି ସେୟାର ବିକ୍ରି କରିବେ। ରାମକୁମାର ସେନ୍ଥିଭେଲ ଓ କୁଟପ୍ପନ ମଣିକନ୍ଦନ ୫୬,୯୭,୮୨୦ ଲେଖାଏଁ ଇକ୍ୱିଟି ସେୟାର ବିକ୍ରି କରିବେ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଅଫରର ୭୫ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ଙ୍କ ପାଇଁ ରଖାଯିବ । ବୁକ ରନିଂ ଲିଡ ମ୍ୟାନେଜରଙ୍କ ସହ ଆଲୋଚନା କରି କ୍ୟୁଆଇବି ଭାଗର ୬୦ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଆଙ୍କର ନିବେଶକଙ୍କ ପାଇଁ ଆବଂଟନ କରାଯିବ । ସେଥିରୁ ଏକ ତୃତୀୟାଂଶ ସେୟାରକୁ ଘରୋଇ ମ୍ୟୁଚୁଆଲ ଫଣ୍ଡମାନଙ୍କକୁ ଆବଂଟନ କରାଯିବ ।
ନିଟ କ୍ୟୁଆଇବି ଭାଗର ୫ ପ୍ରତିଶତ ସେୟାରକୁ ସମାନୁପାତିକ ଭିତିରେକେବଳ ମ୍ୟୁଚୁଆଲ ଫଣ୍ଡକୁ ପ୍ରଦାନ କରାଯିବ ଏବଂ ଅବଶିଷ୍ଟ ରାଶିକୁ ସମାନୁପାତିକ ଭିତିରେ ସମସ୍ତ କ୍ୟୁଆଇବିଙ୍କୁ ଆବଂଟନ କରାଯିବ । ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ଅଫରର ୧୫ ପ୍ରତିଶତ ସେୟାର ରଖାଯିବ । ବିଭିନ୍ନ ଆକାରର ଆପ୍ଲିକେସନ ଆଧାରରେ ଏହି ସେୟାର ଆବଂଟନ କରାଯିବ । ଅଫରର ୧୦ ପ୍ରତିଶତ ସେୟାରକୁ ଖୁଚୁରା ବ୍ୟକ୍ତିଗତ ନିବେଶକମାନଙ୍କ ଲାଗି ରଖାଯିବ।
କମ୍ପାନିର ଇକ୍ୱିଟି ସେୟାରକୁ ବିଏସ୍‌ଇ ଲିମିଟେଡ୍ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ ଲିମିଟେଡ୍‌ରେ ତାଲିକାଭୁକ୍ତ କରାଯିବ। ଏହି ଅଫର୍‌ର ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛି ପାଂଟୋମାଥ୍ କ୍ୟାପିଟାଲ୍ ଆଡଭାଇଜର୍ସ ପ୍ରାଇଭେଟ୍ ଲିମିଟେଡ୍‌।

Related Post