ଆଜିର ଖାସ ଖବର
Sat. May 30th, 2026

ଇଣ୍ଡୋ ଫାର୍ମ ଇକ୍ୱିପ୍‌ମେଂଟ୍ ଲିମିଟେଡ୍‌ର ଇନିସିଆଲ୍ ପବ୍ଲିକ୍ ଅଫର ୨୦୨୪ ଡିସେମ୍ବର ୩୧ରେ ଖୋଲିବ

By Admin_Dainkasha Dec27,2024

ଭୁବନେଶ୍ୱର: ଇଣ୍ଡୋ ଫାର୍ମ ଇକ୍ୱିପ୍‌ମେଂଟ୍ ଲିମିଟେଡ ଏହାର ଇନିସିଆଲ ପବ୍ଲିକ୍ ଅଫରିଂ (ଆଇପିଓ)କୁ ୨୦୨୪ ଡିସେମ୍ବର ୩୧ ମଙ୍ଗଳବାର ଖୋଲିବାକୁ ପ୍ରସ୍ତାବ ରଖିଛି। ଆଙ୍କର ନିବେଶକମାନେ ବିଡ୍ ଖୋଲିବାର ଗୋଟିଏ କାର୍ଯ୍ୟଦିବସ ପୂର୍ବରୁ ଡିସେମ୍ବର ୩୦ ସୋମବାର ଦିନ ବିଡ୍ ଦାଖଲ କରିପାରିବେ ଏବଂ ୨୦୨୫ ଜାନୁଆରି ୨ ଗୁରୁବାର ଦିନ ବିଡ୍ ବନ୍ଦ ହେବ।
ଏହି ଇସ୍ୟୁରେ ଇକ୍ୱିଟି ସେୟାର ପିଛା ଦାମ୍ ୨୦୪ ଟଙ୍କାରୁ ୨୧୫ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି । ସର୍ବନିମ୍ନ ୬୯ଟି ସେୟାର ପାଇଁ ବିଡ୍ ଦାଖଲ କରିହେବ ଏବଂ ଏହା ପରେ ୬୯ଟି ଲେଖାଏଁ ଇକ୍ୱିଟି ସେୟାରକୁ ସେଥିରେ ଯୋଡ଼ାଯାଇପାରିବ।
ଇନିସିଆଲ ପବ୍ଲିକ୍ ଅଫରିଂରେ ୮,୬୦୦,୦୦୦ ନୂଆ ସେୟାର ଯୋଡ଼ାଯିବ ଓ ଅଫର ଫର ସେଲ୍‌ରେ ରଣବୀର ସିଂହ କାଡୱାଲିଆ ୩,୫୦୦,୦୦୦ ଇକ୍ୱିଟି ସେୟାର ବିକ୍ରି କରିବେ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଏହି ଅଫରର ୫୦ ପ୍ରତିଶତ ଇକ୍ୱିଟି ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ମାନଙ୍କ ଲାଗି ସଂରକ୍ଷିତ ରଖାଯିବ । ତାହାର ୬୦ ପ୍ରତିଶତ ଇକ୍ୱିଟି ସେୟାରକୁ ସମାନୁପାତିକ ଭିତିରେ ଆଙ୍କର ନିବେଶକଙ୍କୁ ଦିଆଯାଇପାରିବ । ସେଥିରୁ ଏକ ତୃତୀୟାଂଶ ଇକ୍ୱିଟି ସେୟାର ଘରୋଇ ମ୍ୟୁଚୁଆଲ ଫଣ୍ଡ ଲାଗି ସଂରକ୍ଷିତ ରହିବ । ନିଟ କ୍ୟୁଆଇବିର ୫ ପ୍ରତିଶତ ଇକ୍ୱିଟି ସେୟାରକୁ ସମାନୁପାତିକ ଭିତିରେ ମ୍ୟୁଚୁଆଲ ଫଣ୍ଡ ଲାଗି ରଖାଯିବ । ଯଦି ମ୍ୟୁଚୁଆଲ ଫଣ୍ଡର ହାରାହାରି ଭାଗ କ୍ୟୁଆଇବି ଭାଗର ୫ ପ୍ରତିଶତରୁ କମ ରହିବ ତେବେ ତାହାକୁ କ୍ୟୁଆଇବି ଭାଗରେ ଯୋଡ଼ାଯିବ । ନିଟ ଅଫରର ୧୫ ପ୍ରତିଶତ ରାଶିକୁ ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ରଖାଯିବ । ସେଥିରୁ ୩୫ ପ୍ରତିଶତ ଇକ୍ୱିଟି ସେୟାର ଖୁଚୁରା ନିବେଶକମାନଙ୍କ ଲାଗି ରହିବ ।
କମ୍ପାନିର ଇକ୍ୱିଟି ସେୟାରକୁ ବମ୍ବେ ଷ୍ଟକ୍ ଏକ୍ସଚେଂଜ୍ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଂଜ୍‌ରେ ତାଲିକାଭୁକ୍ତ କରିବା ପ୍ରସ୍ତାବ ରହିଛି ।
ଏହି ଅଫରର୍ ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛି ଆର୍ଯ୍ୟମାନ ଫାଇନାନ୍ସିଆଲ୍ ସର୍ଭିସେସ୍ ଲିମିଟେଡ୍‌।

Related Post